ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ
1. ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ଵହସ୍ତରେ ତାହା ଭାଙ୍ଗି ପକାଏ ।
2. ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ ।
3. ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ ।
4. ଗୋରୁ ନ ଥିଲେ, କୁଣ୍ତ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ ।
5. ବିଶ୍ଵସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ ।
6. ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ ।
7. ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ ।
8. ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତାମାତ୍ର ।
9. ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ ।
10. ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ ।
11. ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ଵୁ ଉନ୍ନତ ହେବ ।
12. ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ ।
13. ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ ।
14. ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର (ଫଳରେ) ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ ।
15. ନିର୍ବୋଧ ଲୋକ ସବୁ କଥା ପ୍ରତ୍ୟୟ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ ।
16. ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ ।
17. ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର ।
18. ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି ।
19. ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ଵାରରେ ଦଣ୍ତବତ କରନ୍ତି ।
20. ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି ।
21. ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ ।
22. ଅନିଷ୍ଟଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ ।
23. ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ ।
24. ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା ।
25. ସତ୍ୟ ସାକ୍ଷୀ ପର ପ୍ରାଣ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ ।
26. ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ଵାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟସ୍ଥାନ ପାଇବେ ।
27. ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ଵରୂପ ।
28. ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ ।
29. ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ (ଧ୍ଵଜା) ଟେକେ ।
30. ଶା; ଅନ୍ତଃକରଣ ଦେହର ଜୀବନ ସ୍ଵରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ଵରୂପ ।
31. ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ ।
32. ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ ।
33. ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ ।
34. ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ ।
35. ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି ।

Notes

No Verse Added

Total 31 Chapters, Current Chapter 14 of Total Chapters 31
ହିତୋପଦେଶ 14
1. ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ଵହସ୍ତରେ ତାହା ଭାଙ୍ଗି ପକାଏ
2. ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ
3. ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ
4. ଗୋରୁ ଥିଲେ, କୁଣ୍ତ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ
5. ବିଶ୍ଵସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ
6. ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ
7. ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ
8. ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତାମାତ୍ର
9. ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ
10. ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ
11. ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ଵୁ ଉନ୍ନତ ହେବ
12. ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ
13. ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ
14. ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର (ଫଳରେ) ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ
15. ନିର୍ବୋଧ ଲୋକ ସବୁ କଥା ପ୍ରତ୍ୟୟ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ
16. ଜ୍ଞାନୀ ଲୋକ ଭୟ କରେ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ
17. ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର
18. ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି
19. ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଦୁଷ୍ଟମାନେ ଧାର୍ମିକଗଣର ଦ୍ଵାରରେ ଦଣ୍ତବତ କରନ୍ତି
20. ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି
21. ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ
22. ଅନିଷ୍ଟଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ସତ୍ୟତା ବର୍ତ୍ତେ
23. ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ
24. ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା
25. ସତ୍ୟ ସାକ୍ଷୀ ପର ପ୍ରାଣ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ
26. ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ଵାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟସ୍ଥାନ ପାଇବେ
27. ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ଵରୂପ
28. ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ
29. ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ (ଧ୍ଵଜା) ଟେକେ
30. ଶା; ଅନ୍ତଃକରଣ ଦେହର ଜୀବନ ସ୍ଵରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ଵରୂପ
31. ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ
32. ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ
33. ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ
34. ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ
35. ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି
Total 31 Chapters, Current Chapter 14 of Total Chapters 31
×

Alert

×

oriya Letters Keypad References