1. ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ ।
|
3. ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ ।
|
4. ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ ।
|
5. କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ ।
|
7. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି ।
|
9. ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
|
12. ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି ।
|