ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ ।
2. ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର ।
3. ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ।
4. ହେ ମୋହର ପରମେଶ୍ଵର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର ।
5. କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି ।
6. ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ ।
7. ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ଵରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ ।
8. ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ ।
9. ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ ।
10. କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11. ପରମେଶ୍ଵର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ ।
12. ହେ ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ଵର, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ ।
13. ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ ।
14. ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି ।
15. ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ ।
16. ମୁଁ ପ୍ରଭୁ ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି । ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି ।
17. ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି ।
18. ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ ।
19. ହେ ପରମେଶ୍ଵର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ଵର, ତୁମ୍ଭ ତୁଲ୍ୟ କିଏ ଅଛି?
20. ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
21. ତୁମ୍ଭେ ମୋହର ମହତ୍ତ୍ଵ ବଢ଼ାଅ ଓ ଫେରି ମୋତେ ସାନ୍ତ୍ଵନା ଦିଅ ।
22. ହେ ମୋହର ପରମେଶ୍ଵର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମ ସ୍ଵରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
23. ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ଵାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ ।
24. ମୋହର ଜିହ୍ଵା ମଧ୍ୟ ଦିନଯାକ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି ।

Notes

No Verse Added

Total 150 Chapters, Current Chapter 71 of Total Chapters 150
ଗୀତସଂହିତା 71:25
1. ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ
2. ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର
3. ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ମୋହର ଦୁର୍ଗ
4. ହେ ମୋହର ପରମେଶ୍ଵର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର
5. କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି
6. ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ
7. ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ଵରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ
8. ମୋହର ମୁଖ ତୁମ୍ଭ ପ୍ରଶଂସାରେ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ
9. ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ
10. କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
11. ପରମେଶ୍ଵର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ
12. ହେ ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ଵର, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ
13. ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଅପମାନରେ ଆଚ୍ଛନ୍ନ ହେଉନ୍ତୁ
14. ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି
15. ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ
16. ମୁଁ ପ୍ରଭୁ ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି
17. ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି
18. ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ
19. ହେ ପରମେଶ୍ଵର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ଵର, ତୁମ୍ଭ ତୁଲ୍ୟ କିଏ ଅଛି?
20. ଆମ୍ଭମାନଙ୍କୁ ଅନେକ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
21. ତୁମ୍ଭେ ମୋହର ମହତ୍ତ୍ଵ ବଢ଼ାଅ ଫେରି ମୋତେ ସାନ୍ତ୍ଵନା ଦିଅ
22. ହେ ମୋହର ପରମେଶ୍ଵର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମ ସ୍ଵରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି
23. ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ତୁମ୍ଭ ଦ୍ଵାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ
24. ମୋହର ଜିହ୍ଵା ମଧ୍ୟ ଦିନଯାକ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ହତାଶ ହୋଇଅଛନ୍ତି
Total 150 Chapters, Current Chapter 71 of Total Chapters 150
×

Alert

×

oriya Letters Keypad References