3. ଅନନ୍ତର ସେମାନେ ପରସ୍ପର କହିଲେ, ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ । ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ଵରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ଵରୂପ ହେଲା ।
|
4. ପୁଣି ସେମାନେ କହିଲେ, ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ ।
|
6. ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ ।
|
7. ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ ।
|
8. ଏହିରୂପେ ସଦାପ୍ରଭୁ ସେସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ ।
|
9. ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ ।
|
29. ଅନନ୍ତର ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା ।
|
31. ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ ।
|