2. ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ ।
|
4. ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
|
6. ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ⇧।
|
7. ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ତିବଣ ହେବ ।
|
8. ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ ।
|
9. ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
|
10. ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ।
|