1. ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି ।
2. ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି ।
3. ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
4. କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ ।
5. ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ ।
6. ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି ।
7. ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି ।
8. ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ ।
9. ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ ।
10. ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ ।
11. ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା ।
12. ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି ।
13. ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
14. ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;
15. ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
16. ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ ।