1. ପ୍ରଭାତ ହେବାମାତ୍ରେ ସମସ୍ତ ମହାସଭା, ଅର୍ଥାତ୍, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତଣପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ ।
|
4. ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି ।
|
9. ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
|
11. ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।
|
12. କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
|
14. ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
|
15. ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
|
16. ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍, ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ ।
|
19. ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ତରେ ମାଇଲେ ଓ ତାହାଙ୍କ ଉପରେ ଛେପ ପକାଇଲେ, ଆଉ ଆଣ୍ଠୁ ମାଡ଼ି ତାହାଙ୍କୁ ପ୍ରଣାମ କରିବାକୁ ଲାଗିଲେ ।
|
20. ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ି ନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ ।
|
21. ସେତେବେଳେ ଆଲେକ୍ଜାଣ୍ତର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀ-ଗ୍ରାମରୁଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାଙ୍କୁ ତାହାଙ୍କର କ୍ରୁଶ ବହିବା ପାଇଁ ବାଧ୍ୟ କଲେ ।
|
24. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ଵାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ ।
|
27. ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।
|
29. ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ତ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ;
|
31. ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ ।
|
32. ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ଵାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
|
34. ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ‘ଏଲୀ, ଏଲୀ, ଲାମା ଶବକ୍ଥାନୀ?ʼ ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
|
36. ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ, ଦେଖିବା ।
|
39. ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ଵରଙ୍କ ପୁତ୍ର ଥିଲେ ।
|
40. କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି ଶଲୋମୀ ଥିଲେ;
|
41. ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାଦ୍ଗମନ କରି ତାହାଙ୍କର ସେବା କରୁଥିଲେନ୍ତ ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ ।
|
43. ହାରାମାଥୀୟାର ଯୋସେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
|
44. କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କି ନିକଟକୁ ଡକାଇ ତାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
|
46. ସେ ଖଣ୍ତିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ଵାରରେ ଖଣ୍ତିଏ ପଥର ଗଡ଼ାଇଦେଲେ ।
|