ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ମୁଁ ଦୟା ଓ ଶାସନ ବିଷୟ ଗାନ କରିବି । ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
2. ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି ।
3. ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ ।
4. କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ ।
5. ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ ।
6. ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ । ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ ।
7. ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ । ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ ।
8. ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 101 / 150
1 ଦାଉଦଙ୍କର ଗୀତ । ମୁଁ ଦୟା ଓ ଶାସନ ବିଷୟ ଗାନ କରିବି । ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି । 3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ । 4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ । 5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ । 6 ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ । ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ । 7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ । ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ । 8 ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 101 / 150
×

Alert

×

Oriya Letters Keypad References