1. ଆରୋହଣ ଗୀତ; ଦାଉଦଙ୍କ ରଚିତ । ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ, ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି ।
2. ହେ ଯିରୂଶାଲମ, ତୁମ୍ଭ ଦ୍ଵାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3. ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4. ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି ।
5. କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି ।
6. ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
7. ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ ।
8. ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ ।
9. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି ।