ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପ୍ରଥମ ବଂଶାବଳୀ
1. ଅନନ୍ତର ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ ।
2. ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ ।
3. ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ ।
4. ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ ।
5. ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ । ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା ।
6. ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ । ତହିଁରେ ସରୁୟାର ପୁତ୍ର ଯୋୟାବ୍ ପ୍ରଥମେ ଗଲା ଓ ପ୍ରଧାନ କରାଗଲା ।
7. ପୁଣି ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ ।
8. ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ ।
9. ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କର ସହାୟ ଥିଲେ ।
10. ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ ।
11. ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା ।
12. ପୁଣି ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା ।
13. ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ତେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ;
14. ଏଥିରେ ସେମାନେ ସେହି ଭୂମିଖଣ୍ତ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁ ମହାଜୟ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ ।
15. ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଗଲେ । ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ ।
16. ପୁଣି ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ ।
17. ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପଜଳ ପାନ କରିବାକୁ ମୋତେ ଦିଅନ୍ତା କି!
18. ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ,
19. ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି । ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ ।
20. ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା ।
21. ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା ।
22. ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା ।
23. ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା ।
24. ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା ।
25. ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ ।
26. ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
27. ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍,
28. ତକୋୟୀୟ ଇକ୍କେଶର ପୁତ୍ର ଇରା, ଅନାଥୋତୀୟ ଅବୀୟେସର;
29. ହୁଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;
30. ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍;
31. ବିନ୍ୟାମୀନ-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ;
32. ଗାଶ୍ ନଦୀ ତୀର ନିବାସୀ ହୂରୟ, ଅର୍ବ୍ବତୀୟ ଅବୀୟେଲ;
33. ବାହାରୁମୀୟ ଅସ୍ମାବତ୍, ଶାଲବେନୀୟ ଇଲୀୟହବ;
34. ଗିଷୋନୀୟ ହାଷେମ୍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ;
35. ହରାରୀୟ ସାଖରର ପୁତ୍ର ଅହୀୟାମ୍, ଊରର ପୁତ୍ର ଇଲୀଫାଲ;
36. ମଖେରାତୀୟ ହେଫର୍, ପଲୋନୀୟ ଅହୀୟ;
37. କର୍ମିଲୀୟ ହିଷ୍ରୟ, ଇଷ୍ବୟର ପୁତ୍ର ନାରୟ;
38. ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର;
39. ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
40. ଯିତ୍ରୀୟ ଗାରେବ୍;
41. ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍,
42. ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;
43. ମାଖାର ପୁତ୍ର ହାନନ୍, ମିନିୀୟ ଯୋଶାଫଟ୍;
44. ଅଷ୍ଟାରୋତୀୟ ଉଷୀୟ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍;
45. ଶିମ୍ରିର ପୁତ୍ର ଯିଦୀୟେଲ୍ ଓ ତାହାର ଭ୍ରାତା ତୀଷୀୟ ଯୋହା;
46. ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
47. ଇଲୀୟେଲ୍ ଓ ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 29
1 ଅନନ୍ତର ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ । 2 ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ । 3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ । 4 ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ । 5 ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ । ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା । 6 ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ । ତହିଁରେ ସରୁୟାର ପୁତ୍ର ଯୋୟାବ୍ ପ୍ରଥମେ ଗଲା ଓ ପ୍ରଧାନ କରାଗଲା । 7 ପୁଣି ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ । 8 ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ । 9 ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କର ସହାୟ ଥିଲେ । 10 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ । 11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା । 12 ପୁଣି ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା । 13 ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ତେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ; 14 ଏଥିରେ ସେମାନେ ସେହି ଭୂମିଖଣ୍ତ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁ ମହାଜୟ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ । 15 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଗଲେ । ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ । 16 ପୁଣି ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ । 17 ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପଜଳ ପାନ କରିବାକୁ ମୋତେ ଦିଅନ୍ତା କି! 18 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ, 19 ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି । ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ । 20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା । 21 ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା । 22 ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା । 23 ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା । 24 ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା । 25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ । 26 ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍; 27 ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍, 28 ତକୋୟୀୟ ଇକ୍କେଶର ପୁତ୍ର ଇରା, ଅନାଥୋତୀୟ ଅବୀୟେସର; 29 ହୁଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ; 30 ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍; 31 ବିନ୍ୟାମୀନ-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ; 32 ଗାଶ୍ ନଦୀ ତୀର ନିବାସୀ ହୂରୟ, ଅର୍ବ୍ବତୀୟ ଅବୀୟେଲ; 33 ବାହାରୁମୀୟ ଅସ୍ମାବତ୍, ଶାଲବେନୀୟ ଇଲୀୟହବ; 34 ଗିଷୋନୀୟ ହାଷେମ୍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ; 35 ହରାରୀୟ ସାଖରର ପୁତ୍ର ଅହୀୟାମ୍, ଊରର ପୁତ୍ର ଇଲୀଫାଲ; 36 ମଖେରାତୀୟ ହେଫର୍, ପଲୋନୀୟ ଅହୀୟ; 37 କର୍ମିଲୀୟ ହିଷ୍ରୟ, ଇଷ୍ବୟର ପୁତ୍ର ନାରୟ; 38 ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର; 39 ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ; 40 ଯିତ୍ରୀୟ ଗାରେବ୍; 41 ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍, 42 ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ; 43 ମାଖାର ପୁତ୍ର ହାନନ୍, ମିନିୀୟ ଯୋଶାଫଟ୍; 44 ଅଷ୍ଟାରୋତୀୟ ଉଷୀୟ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍; 45 ଶିମ୍ରିର ପୁତ୍ର ଯିଦୀୟେଲ୍ ଓ ତାହାର ଭ୍ରାତା ତୀଷୀୟ ଯୋହା; 46 ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା;
47 ଇଲୀୟେଲ୍ ଓ ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 29
×

Alert

×

Oriya Letters Keypad References