ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ
1. ଯାରବୀୟାମ୍ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
2. ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟା, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ । ପୁଣି ଅବୀୟ ଓ ଯାରବୀୟାମ୍ ମଧ୍ୟରେ ଯୁଦ୍ଧ ଚାଲିଲା ।
3. ଅବୀୟ ଚାରି ଲକ୍ଷ ବଚ୍ଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ୍ ଆଠ ଲକ୍ଷ ବଚ୍ଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା ।
4. ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସମାରୟିମ ପର୍ବତରେ ଠିଆ ହୋଇ କହିଲେ, ହେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;
5. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଯେ ଲବଣ ନିୟମ ଦ୍ଵାର ଇସ୍ରାଏଲର ରାଜତ୍ଵ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?
6. ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି ।
7. ପୁଣି ପାପଧମ-ସନ୍ତାନ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମ୍ଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେସମୟରେ ରିହବୀୟାମ୍ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ ।
8. ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ମହାଲୋକାରଣ୍ୟ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ଵର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି ।
9. ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରିନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ଵରମାନଙ୍କର ଯାଜକ ହୋଇପାରେ ।
10. ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;
11. ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୋଟୀ ଓ ପ୍ରତି ସନ୍ଧ୍ୟାରେ ଜ୍ଵଳାଇବା ପାଇଁ ପ୍ରଦୀପ ସହିତ ସ୍ଵର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ ।
12. ଆଉ ଦେଖ, ପରମେଶ୍ଵର ଆମ୍ଭମାନଙ୍କର ମସ୍ତକ ସ୍ଵରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା-ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି । ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ ।
13. ତଥାପି ଯାରବୀୟାମ୍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ ।
14. ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ଵନି କଲେ ।
15. ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ଵର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମ୍ଙ୍କୁ ସମସ୍ତ ଇସ୍ରାଏଲକୁ ଆଘାତ କଲେ ।
16. ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ଵର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ ।
17. ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହା-ସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ ।
18. ଏହିରୂପେ ସେହି ସମୟରେ ଇସ୍ରାଏଲ-ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ ।
19. ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ ।
20. ପୁଣି ଅବୀୟର ଜୀବନ କାଳଯାଏ ଯାରବୀୟାମ୍ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।
21. ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋଳ କନ୍ୟା ଜାତ କଲେ ।
22. ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି ।

Notes

No Verse Added

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 36
ଦିତୀୟ ବଂଶାବଳୀ 13
1 ଯାରବୀୟାମ୍ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ । 2 ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟା, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ । ପୁଣି ଅବୀୟ ଓ ଯାରବୀୟାମ୍ ମଧ୍ୟରେ ଯୁଦ୍ଧ ଚାଲିଲା । 3 ଅବୀୟ ଚାରି ଲକ୍ଷ ବଚ୍ଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ୍ ଆଠ ଲକ୍ଷ ବଚ୍ଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା । 4 ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସମାରୟିମ ପର୍ବତରେ ଠିଆ ହୋଇ କହିଲେ, ହେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ; 5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଯେ ଲବଣ ନିୟମ ଦ୍ଵାର ଇସ୍ରାଏଲର ରାଜତ୍ଵ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ? 6 ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି । 7 ପୁଣି ପାପଧମ-ସନ୍ତାନ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମ୍ଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେସମୟରେ ରିହବୀୟାମ୍ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ । 8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ମହାଲୋକାରଣ୍ୟ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ଵର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି । 9 ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରିନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ଵରମାନଙ୍କର ଯାଜକ ହୋଇପାରେ । 10 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି; 11 ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୋଟୀ ଓ ପ୍ରତି ସନ୍ଧ୍ୟାରେ ଜ୍ଵଳାଇବା ପାଇଁ ପ୍ରଦୀପ ସହିତ ସ୍ଵର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ । 12 ଆଉ ଦେଖ, ପରମେଶ୍ଵର ଆମ୍ଭମାନଙ୍କର ମସ୍ତକ ସ୍ଵରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା-ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି । ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ । 13 ତଥାପି ଯାରବୀୟାମ୍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ । 14 ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ଵନି କଲେ । 15 ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ଵର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମ୍ଙ୍କୁ ସମସ୍ତ ଇସ୍ରାଏଲକୁ ଆଘାତ କଲେ । 16 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ଵର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ । 17 ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହା-ସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ । 18 ଏହିରୂପେ ସେହି ସମୟରେ ଇସ୍ରାଏଲ-ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ । 19 ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ । 20 ପୁଣି ଅବୀୟର ଜୀବନ କାଳଯାଏ ଯାରବୀୟାମ୍ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ। 21 ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋଳ କନ୍ୟା ଜାତ କଲେ । 22 ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 36
Common Bible Languages
West Indian Languages
×

Alert

×

oriya Letters Keypad References