ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ
1. ସେସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ ।
2. ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
3. ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ ହିଜକୀୟ ଅତିଶୟ ରୋଦନ କଲେ ।
4. ଏଥି ଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
5. ଯଥା, ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ ।
6. ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା ।
7. ତହୁଁ ଯିଶାଇୟ କହିଲେ, ଏକ ଡିମିରି ଚକ୍ତି ଆଣ । ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ ।
8. ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ?
9. ତହିଁରେ ଯିଶାଇୟ କହିଲେ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ତ ଯିବ, ଅବା ପଛକୁ ଦଶ ପାହୁଣ୍ତ ଯିବ?
10. ତହିଁରେ ହିଜକୀୟ ଉତ୍ତର କଲେ, ଛାୟା ଆଗକୁ ଦଶ ପାହୁଣ୍ତ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ତ ଫେରିଯାଉ ।
11. ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ; ଏଥିରେ ଆହସଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ ।
12. ସେସମୟରେ ବଲ୍ଦନର ପୁତ୍ର ବରୋଦକ୍-ବଲଦନ୍ ନାମକ ବାବିଲ୍ର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା ।
13. ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା ।
14. ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲେ, ସେମାନେ ଦୂର ଦେଶ ବାବିଲ୍ରୁ ଆସିଅଛନ୍ତି ।
15. ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖି ଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲେ, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖି-ଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ ।
16. ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, ସଦାପ୍ରଭୁଙ୍କ ବାକ୍ୟ ଶୁଣ ।
17. ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲ୍‍କୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ ।
18. ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ୍-ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ ।
19. ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲେ, ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?
20. ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
21. ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।

Notes

No Verse Added

Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 25
ଦିତୀୟ ରାଜାବଳୀ 20
1 ସେସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ । 2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, 3 ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ ହିଜକୀୟ ଅତିଶୟ ରୋଦନ କଲେ । 4 ଏଥି ଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, 5 ଯଥା, ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ । 6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା । 7 ତହୁଁ ଯିଶାଇୟ କହିଲେ, ଏକ ଡିମିରି ଚକ୍ତି ଆଣ । ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ । 8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ? 9 ତହିଁରେ ଯିଶାଇୟ କହିଲେ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ତ ଯିବ, ଅବା ପଛକୁ ଦଶ ପାହୁଣ୍ତ ଯିବ? 10 ତହିଁରେ ହିଜକୀୟ ଉତ୍ତର କଲେ, ଛାୟା ଆଗକୁ ଦଶ ପାହୁଣ୍ତ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ତ ଫେରିଯାଉ । 11 ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ; ଏଥିରେ ଆହସଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ । 12 ସେସମୟରେ ବଲ୍ଦନର ପୁତ୍ର ବରୋଦକ୍-ବଲଦନ୍ ନାମକ ବାବିଲ୍ର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା । 13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା । 14 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲେ, ସେମାନେ ଦୂର ଦେଶ ବାବିଲ୍ରୁ ଆସିଅଛନ୍ତି । 15 ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖି ଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲେ, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖି-ଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ । 16 ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, ସଦାପ୍ରଭୁଙ୍କ ବାକ୍ୟ ଶୁଣ । 17 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲ୍‍କୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ । 18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ୍-ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ । 19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲେ, ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ? 20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ? 21 ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 25
Common Bible Languages
West Indian Languages
×

Alert

×

oriya Letters Keypad References