ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
2. ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
3. ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
4. ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
5. ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ ।
6. ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି ।
7. ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ ।
8. ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟ; ଦୟାଳୁ ।
9. ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ ।
10. ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି ।
11. କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ ।
12. ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି ।
13. ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି ।
14. କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ସେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି ।
15. ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ ।
16. ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ ।
17. ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
18. ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ ।
19. ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ ।
20. ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର ।
21. ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର ।
22. ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 103 / 150
ଗୀତସଂହିତା 103:2
1 ଦାଉଦଙ୍କର ଗୀତ । ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର । 2 ହେ ମୋହର ମନ ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; 3 ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; 4 ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି; 5 ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ । 6 ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି । 7 ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ । 8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟ; ଦୟାଳୁ । 9 ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ । 10 ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି । 11 କାରଣ ପୃଥିବୀରୁ ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ । 12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କ-ଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି । 13 ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି । 14 କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ସେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି । 15 ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ । 16 ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ । 17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି, 18 ପୁଣି ପାଳନାର୍ଥେ ତାହାଙ୍କ ବିଧିସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ । 19 ସଦାପ୍ରଭୁ ସ୍ଵର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରେ । 20 ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର । 21 ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର । 22 ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 103 / 150
Common Bible Languages
West Indian Languages
×

Alert

×

oriya Letters Keypad References