1. ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲା ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ଵରରେ ରୋଦନ କଲା ।
|
2. ପୁଣି, ସେ ରାଜଦ୍ଵାରର ସମ୍ମୁଖ ପର୍ଯ୍ୟନ୍ତ ମଧ୍ୟ ଆସିଲା, ମାତ୍ର ଅଖା ପିନ୍ଧି କେହି ରାଜଦ୍ଵାରରେ ପ୍ରବେଶ କରି ପାରିଲା ନାହିଁ ।
|
3. ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ଗଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ ।
|
4. ଏଣୁ ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାକୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲା; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା, ମାତ୍ର ସେ ତାହା ଗ୍ରହଣ କଲା ନାହିଁ ।
|
5. ଏଥିରେ ରାଜା ଦ୍ଵାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କି ହେଲା ଓ କି ନିମନ୍ତେ ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା ।
|
7. ପୁଣି, ମର୍ଦ୍ଦଖୟ ଆପଣା ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ତାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲା, ତାହା ତାହାକୁ କହିଲା ।
|
8. ଆହୁରି ମଧ୍ୟ, ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ, ଏପରି ଆଦେଶ କରିବାକୁ କହିଲା ।
|
11. ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ତ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ଵର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ ।
|
13. ତେଣୁ ମର୍ଦ୍ଦଖୟ ଏଷ୍ଟରକୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା, ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜଗୃହରେ ଥିବାରୁ ଯେ ରକ୍ଷା ପାଇବ, ଏହା ମନରେ ନ ଭାବ ।
|
14. ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?
|
16. ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ଲାଗି ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିବା ରାତ୍ରରେ କିଛି ଆହାର କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି ।
|