ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ ।
2. ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି । ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା ।
3. ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ ।
4. ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଓ ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ ।
5. କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
6. ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ ।
7. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ ।
8. କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9. ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର । ଯେବେ ତୁମ୍ଭେମାନେ ବିଶ୍ଵାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ ।
10. ଅନନ୍ତର ସଦାପ୍ରଭୁ ଆହସକୁ ଆହୁରି କହିଲେ,
11. ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ ।
12. ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ ।
13. ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ?
14. ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ ।
15. ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ ।
16. କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ ।
17. ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ ।
18. ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ ।
19. ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକା-ସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ ।
20. ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ଵାରା, ଅର୍ଥାତ୍, ଅଶୂରର ରାଜା ଦ୍ଵାରା ମସ୍ତକ ଓ ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ଵାରା ଦାଢ଼ି ମଧ୍ୟ ନଷ୍ଟ ହେବ ।
21. ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,
22. ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ଓ ମଧୁ ଖାଇବେ ।
23. ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ ।
24. ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ ।
25. ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ ।

Notes

No Verse Added

Total 66 Chapters, Current Chapter 7 of Total Chapters 66
ଯିଶାଇୟ 7
1. ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସର ସମୟରେ ଅରାମର ରତ୍ସୀନ ରାଜା ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ
2. ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି ଏଥିରେ ତାହାର ହୃଦୟ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା
3. ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ
4. ତାହାକୁ କୁହ, ସାବଧାନ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ ଅରାମର ରମଲୀୟର ପୁତ୍ରର ପ୍ରଚଣ୍ତ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ
5. କାରଣ ଅରାମ, ମଧ୍ୟ ଇଫ୍ରୟିମ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
6. ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ
7. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ
8. କାରଣ ଅରାମର ମସ୍ତକ ଦାମାସ୍କସ୍ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9. ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଶମରୀୟାର ମସ୍ତକ ରମଲୀୟର ପୁତ୍ର ଯେବେ ତୁମ୍ଭେମାନେ ବିଶ୍ଵାସ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ
10. ଅନନ୍ତର ସଦାପ୍ରଭୁ ଆହସକୁ ଆହୁରି କହିଲେ,
11. ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ
12. ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ
13. ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ?
14. ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ
15. ମନ୍ଦକୁ ଅଗ୍ରାହ୍ୟ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ମଧୁ ଖାଇବ
16. କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ
17. ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ତୁମ୍ଭ ଲୋକମାନଙ୍କ ପ୍ରତି ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ
18. ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ
19. ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକା-ସମୂହରେ ଶୈଳମାନଙ୍କର ଛିଦ୍ର ସ୍ଥାନରେ କଣ୍ଟକ ବନରେ ଚରାଭୂମିସମୂହରେ ବସିବେ
20. ସେଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ଵାରା, ଅର୍ଥାତ୍, ଅଶୂରର ରାଜା ଦ୍ଵାରା ମସ୍ତକ ପଦର ଲୋମ କ୍ଷୌର କରିବେ ତଦ୍ଦ୍ଵାରା ଦାଢ଼ି ମଧ୍ୟ ନଷ୍ଟ ହେବ
21. ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଦୁଇ ଗୋଟି ମେଷ ପୋଷିଲେ,
22. ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦଧି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦଧି ମଧୁ ଖାଇବେ
23. ଆହୁରି, ଯେ ଯେ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି କଣ୍ଟକ ବୃକ୍ଷମୟ ହେବ
24. ପୁଣି, ସମୁଦାୟ ଦେଶ କାନକୋଳି କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଧନୁ ନେଇ ସେସ୍ଥାନକୁ ଯିବେ
25. ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ
Total 66 Chapters, Current Chapter 7 of Total Chapters 66
×

Alert

×

oriya Letters Keypad References