ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାର୍କଲିଖିତ ସୁସମାଚାର
1. ସେ ମନ୍ଦିରରୁ ବାହାରି ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
2. ସେଥିରେ ଯୀଶୁ ତାଙ୍କୁ କହିଲେ, ତୁମ୍ଭେ କଅଣ ଏହିସମସ୍ତ ବୃହତ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
3. ପରେ ସେ ଜୀତ ପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
4. ପୁଣି ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ ।
5. ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
6. ଅନେକେ ମୋʼ ନାମରେ ଆସି, ମୁଁ ସେ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ ।
7. ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗା; ନୁହେଁ ।
8. କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।
9. କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭା-ମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।
10. ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ ।
11. ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ, କିନ୍ତୁ ସେହି ଦଣ୍ତରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି ।
12. ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
13. ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।
14. କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେ-ବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
15. ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଳାଇ ନ ଆସୁ ବା ଭିତରକୁ ନ ଯାଉ;
16. ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ଘେନିଯବା ପାଇଁ ଲେଉଟି ନ ଯାଉ ।
17. ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର!
18. କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର ।
19. କାରଣ ସେହି କାଳରେ ଏପରି କ୍ଳେଶ ଘଟିବ ଯେ, ଈଶ୍ଵରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେପରି ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ ।
20. ଆଉ, ପ୍ରଭୁ ସେହି ସମୟ ଯେବେ ଊଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ଉକ୍ତ ସମୟ ଊଣା କରିଅଛନ୍ତି ।
21. ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେʼ କିବା ‘ଦେଖ, ସେଠାରେʼ, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ଵାସ କର ନାହିଁ ।
22. ଭଣ୍ତ ଖ୍ରୀଷ୍ଟମାନେ ଓ ଭଣ୍ତ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ ।
23. କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି ।
24. ମାତ୍ର ସେହି ସମୟରେ ସେହି କ୍ଳେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
25. ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବାକୁ ଲାଗିବେ ଓ ଆକାଶମଣ୍ତଳସ୍ଥ ଶକ୍ତି ସମୂହ ବିଚଳିତ ହେବେ ।
26. ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ ।
27. ସେସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।
28. ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
29. ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଘଟଣା ଦେଖିଲେ ସେ ଦ୍ଵାରର ସନ୍ନିକଟ, ଏହା ଜାଣ ।
30. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
31. ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ ଲୋପ ପାଇବ ନାହିଁ ।
32. କିନ୍ତୁ ସେହି ଦିନ କି ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗସ୍ଥ ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି ।
33. ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ ।
34. ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ଵାରୀକି ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି ।
35. ଅତଏବ, କାଳେ ଗୃହକର୍ତ୍ତା ଅକସ୍ମାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
36. ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ ।
37. ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।

Notes

No Verse Added

Total 16 Chapters, Current Chapter 13 of Total Chapters 16
1 2 3 4
5 6 7 8 9 10 11 12 13 14 15 16
ମାର୍କଲିଖିତ ସୁସମାଚାର 13:22
1. ସେ ମନ୍ଦିରରୁ ବାହାରି ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର କିପରି ପ୍ରାସାଦ!
2. ସେଥିରେ ଯୀଶୁ ତାଙ୍କୁ କହିଲେ, ତୁମ୍ଭେ କଅଣ ଏହିସମସ୍ତ ବୃହତ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ
3. ପରେ ସେ ଜୀତ ପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
4. ପୁଣି ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ
5. ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ କରେ
6. ଅନେକେ ମୋʼ ନାମରେ ଆସି, ମୁଁ ସେ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ
7. ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗା; ନୁହେଁ
8. କାରଣ ଜାତି ବିପକ୍ଷରେ ଜାତି ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର
9. କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭା-ମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋʼ ସକାଶେ ଶାସନକର୍ତ୍ତା ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ
10. ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ
11. ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ, କିନ୍ତୁ ସେହି ଦଣ୍ତରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି
12. ଭ୍ରାତା ଭ୍ରାତାକୁ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
13. ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ
14. କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେ-ବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
15. ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଳାଇ ଆସୁ ବା ଭିତରକୁ ଯାଉ;
16. ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ଘେନିଯବା ପାଇଁ ଲେଉଟି ଯାଉ
17. ସେହି ସମୟରେ ଯେଉଁମାନେ ଗର୍ଭବତୀ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର!
18. କିନ୍ତୁ ଏହା ଯେପରି ଶୀତକାଳରେ ଘଟେ, ଏଥିପାଇଁ ପ୍ରାର୍ଥନା କର
19. କାରଣ ସେହି କାଳରେ ଏପରି କ୍ଳେଶ ଘଟିବ ଯେ, ଈଶ୍ଵରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେପରି ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ
20. ଆଉ, ପ୍ରଭୁ ସେହି ସମୟ ଯେବେ ଊଣା କରି ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ଉକ୍ତ ସମୟ ଊଣା କରିଅଛନ୍ତି
21. ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେʼ କିବା ‘ଦେଖ, ସେଠାରେʼ, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ଵାସ କର ନାହିଁ
22. ଭଣ୍ତ ଖ୍ରୀଷ୍ଟମାନେ ଭଣ୍ତ ଭାବବାଦୀମାନେ ଉଠି ଏପରି ଚିହ୍ନ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ
23. କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି
24. ମାତ୍ର ସେହି ସମୟରେ ସେହି କ୍ଳେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଚନ୍ଦ୍ର ଆଲୋକ ଦେବ ନାହିଁ,
25. ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବାକୁ ଲାଗିବେ ଆକାଶମଣ୍ତଳସ୍ଥ ଶକ୍ତି ସମୂହ ବିଚଳିତ ହେବେ
26. ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ
27. ସେସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ
28. ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
29. ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଘଟଣା ଦେଖିଲେ ସେ ଦ୍ଵାରର ସନ୍ନିକଟ, ଏହା ଜାଣ
30. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ
31. ଆକାଶ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ ଲୋପ ପାଇବ ନାହିଁ
32. କିନ୍ତୁ ସେହି ଦିନ କି ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗସ୍ଥ ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି
33. ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ
34. ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଦ୍ଵାରୀକି ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି
35. ଅତଏବ, କାଳେ ଗୃହକର୍ତ୍ତା ଅକସ୍ମାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
36. ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ
37. ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ
Total 16 Chapters, Current Chapter 13 of Total Chapters 16
1 2 3 4
5 6 7 8 9 10 11 12 13 14 15 16
×

Alert

×

oriya Letters Keypad References