ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ ।
2. କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ ।
3. ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ ।
4. ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ ।
5. ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ ।
6. ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ ।
7. ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ ।
8. କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ ।
9. କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ ।
10. ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯନିପୂର୍ବକ ତାହାର ସ୍ଥାନ ତତ୍ତ୍ଵ କରିବ, ଆଉ ସେ ନ ଥିବ ।
11. ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ ।
12. ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦ; କଡ଼ମଡ଼ କରେ ।
13. ପ୍ରଭୁ ତାହାକୁ ଉପହାସ କରିବେ । କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି ।
14. ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି ।
15. ସେମାନଙ୍କ ଖଡ଼୍‍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ ।
16. ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ ।
17. କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ ।
18. ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ ।
19. ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ ।
20. ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ ।
21. ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ । ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ ।
22. କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
23. ସଦାପ୍ରଭୁଙ୍କ ଦ୍ଵାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି ।
24. ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ଵହସ୍ତରେ ତାହାକୁ ଧରି ରଖନ୍ତି ।
25. ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ ।
26. ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି ।
27. ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ପୁଣି, ଅନନ୍ତକାଳ ବାସ କର ।
28. କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ ।
29. ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ ।
30. ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ଵା ନ୍ୟାୟ ବିଚାରର କଥା କହେ ।
31. ତାହାର ପରମେଶ୍ଵରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ ।
32. ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ ।
33. ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ ।
34. ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ ।
35. ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି ।
36. ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ଵେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ ।
37. ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି ।
38. ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ ।
39. ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି ।
40. ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 150
ଗୀତସଂହିତା 37:65
1 ଦାଉଦଙ୍କର ଗୀତ । ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ । 2 କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ । 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ । 4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ । 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ । 6 ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ । 7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ । 8 କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ । 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ । 10 ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟଲୋକ ନ ଥିବ; ତୁମ୍ଭେ ଯନିପୂର୍ବକ ତାହାର ସ୍ଥାନ ତତ୍ତ୍ଵ କରିବ, ଆଉ ସେ ନ ଥିବ । 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ । 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦ; କଡ଼ମଡ଼ କରେ । 13 ପ୍ରଭୁ ତାହାକୁ ଉପହାସ କରିବେ । କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି । 14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍‍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି । 15 ସେମାନଙ୍କ ଖଡ଼୍‍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ । 16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ । 17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ ଧାର୍ମିକକୁ ଧରି ରଖିବେ । 18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ । 19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ । 20 ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ । 21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ । ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ । 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ 23 ସଦାପ୍ରଭୁଙ୍କ ଦ୍ଵାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି । 24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ଵହସ୍ତରେ ତାହାକୁ ଧରି ରଖନ୍ତି । 25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ । 26 ସେ ଦିନଯାକ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି । 27 ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ପୁଣି, ଅନନ୍ତକାଳ ବାସ କର । 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ । 29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ । 30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ଵା ନ୍ୟାୟ ବିଚାରର କଥା କହେ । 31 ତାହାର ପରମେଶ୍ଵରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ । 32 ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ । 33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ । 34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ । 35 ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି । 36 ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ଵେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ । 37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି । 38 ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ । 39 ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି । 40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 37 / 150
Common Bible Languages
West Indian Languages
×

Alert

×

oriya Letters Keypad References