15. ପୁଣି ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ଵାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋସାଦକ୍ ବନ୍ଦୀ ହୋଇ ଗଲା ।
|
31. (ନିୟମ) ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ।
|
32. ପୁଣି ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ଵୁରୂପ ଆବାସ ସମ୍ମୁଖରେ ଗାନ ଦ୍ଵାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ଵ ସ୍ଵ ପଦରେ ସେବା କଲେ ।
|
33. ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ୍ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
|
39. ହେମନର ଭ୍ରାତା ଆସଫ୍ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ୍ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ରନ୍ତଣ ଦ୍ଵି.ବଂ.୫:୧୨
|
44. ବାମଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
|
49. ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ଵରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ ।
|
50. ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପିନହସ୍, ତାହାର ପୁତ୍ର ଅବୀଶୂୟ ପ୍ର.ବଂ.୬:୪-୮
|
54. ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ । ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
|
57. ପୁଣି ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ-ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
|
60. ପୁଣି ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା । ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା ।
|
61. ପୁଣି କହାତ୍ର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ଵାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
|
62. ଆଉ ଗେର୍ଶୋମ୍ର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର୍-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା ।
|
63. ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ଵାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା ।
|
65. ସେମାନେ ଗୁଲିବାଣ୍ଟ ଦ୍ଵାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ୍-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ ।
|
67. ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍;
|
70. ପୁଣି ମନଃଶିର ଅର୍ଦ୍ଧବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ୍-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକି ଦେଲେ ।
|
71. ଗେର୍ଶୋମ୍ର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;
|
76. ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍ ଓ ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା ।
|
77. ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା ।
|
78. ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର୍ ଓ ତଳିଭୂମି ସହିତ ଯହସ୍
|