1. ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ସେମାନଙ୍କ ମାତୃନଗରର କର୍ତ୍ତୃତ୍ଵ ନେଲେ ।
|
2. ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ । ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ⇧ ।
|
3. ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ ।
|
4. ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ ।
|
5. ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ ।
|
6. ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
|
10. ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା । ପୁଣି ଯୋରାମ୍ ଆପଣା ସଙ୍ଗେ ରୂପାପାତ୍ର ଓ ସୁନାପାତ୍ର ଓ ପିତ୍ତଳପାତ୍ର ନେଇ ଆସିଥିଲା ।
|
11. ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ,
|
12. ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟ-ମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ ।
|
14. ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ । ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
|
15. ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ ।
|
18. ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ଯାଜକ ଥିଲେ ।
|