ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
1. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
2. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ ।
3. ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭ ସେହି ଦେଶର ଭୂମି ତିନିଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
4. ଯେଉଁ ନରହତ୍ୟାକାରୀ ସେ ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି; କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକି ଅଜ୍ଞାତସାରରେ ବଧ କରେ;
5. ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ତ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ ।
6. ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା ।
7. ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି ।
8. ଆଉ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
9. ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ଭିନ୍ନ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
10. ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ ।
11. ମାତ୍ର କେହି ଯେବେ ଆପଣା ପ୍ରତିବାସୀକି ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;
12. ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ ।
13. ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ ।
14. ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ଵାରା ସ୍ଥାପିତ ତୁମ୍ଭ ସୀମାଚିହ୍ନ ଘୁଞ୍ଚାଇବ ନାହିଁ ।
15. ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ଵାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ଵାରା ବିଚାର ନିଷ୍ପନ୍ନ ହେବ ।
16. ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,
17. ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ ।
18. ତହୁଁ ବିଚାରକର୍ତ୍ତାମାନେ ଯନିପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ;
19. ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
20. ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ ।
21. ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ ।
Total 34 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 34
1 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ, 2 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ । 3 ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭ ସେହି ଦେଶର ଭୂମି ତିନିଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ । 4 ଯେଉଁ ନରହତ୍ୟାକାରୀ ସେ ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି; କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକି ଅଜ୍ଞାତସାରରେ ବଧ କରେ; 5 ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ତ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ । 6 ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା । 7 ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି । 8 ଆଉ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ, 9 ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ଭିନ୍ନ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ; 10 ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ । 11 ମାତ୍ର କେହି ଯେବେ ଆପଣା ପ୍ରତିବାସୀକି ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ; 12 ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ । 13 ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ । 14 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ଵାରା ସ୍ଥାପିତ ତୁମ୍ଭ ସୀମାଚିହ୍ନ ଘୁଞ୍ଚାଇବ ନାହିଁ । 15 ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ଵାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ଵାରା ବିଚାର ନିଷ୍ପନ୍ନ ହେବ । 16 ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ, 17 ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ । 18 ତହୁଁ ବିଚାରକର୍ତ୍ତାମାନେ ଯନିପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ; 19 ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ । 20 ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ । 21 ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ ।
Total 34 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 34
×

Alert

×

Oriya Letters Keypad References