ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହବକକୂକ
1. ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାପ୍ତ ଦର୍ଶନର ଭାରୋକ୍ତି ।
2. ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ?
3. ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ ।
4. ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ ।
5. ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ଵାସ କରିବ ନାହିଁ ।
6. କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି ।
7. ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ ।
8. ଆହୁରି, ସେମାନଙ୍କର ଅଶ୍ଵଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ଵାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ଵାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି ।
9. ସେସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି ।
10. ପୁଣି, ସେ ରାଜଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ ।
11. ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ତନୀୟ ହେବ ।
12. ହେ ସଦାପ୍ରଭୁ, ମୋର ପରମେଶ୍ଵର, ମୋର ଧର୍ମସ୍ଵରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା । ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ଵରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ ⇧ ।
13. ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ଵାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?
14. ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?
15. ସେ ସମସ୍ତଙ୍କୁ ବଡ଼ଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ ।
16. ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଏ; କାରଣ ତାହା ଦ୍ଵାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ ।
17. ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?

ରେକର୍ଡଗୁଡିକ

Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 3
1 2 3
1 ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାପ୍ତ ଦର୍ଶନର ଭାରୋକ୍ତି । 2 ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ? 3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ । 4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ । 5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ଵାସ କରିବ ନାହିଁ । 6 କାରଣ ଦେଖ, ଯେଉଁ କଲଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି । 7 ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ । 8 ଆହୁରି, ସେମାନଙ୍କର ଅଶ୍ଵଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ଵାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ଵାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି । 9 ସେସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି । 10 ପୁଣି, ସେ ରାଜଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ । 11 ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ତନୀୟ ହେବ । 12 ହେ ସଦାପ୍ରଭୁ, ମୋର ପରମେଶ୍ଵର, ମୋର ଧର୍ମସ୍ଵରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା । ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ଵରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ ⇧ । 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ଵାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ? 14 ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ? 15 ସେ ସମସ୍ତଙ୍କୁ ବଡ଼ଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ । 16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଏ; କାରଣ ତାହା ଦ୍ଵାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ । 17 ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 3
1 2 3
×

Alert

×

Oriya Letters Keypad References