ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ ।
2. ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି ।
3. ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ ।
4. ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧।
5. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ ।
6. ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।

Notes

No Verse Added

Total 66 Chapters, Current Chapter 12 of Total Chapters 66
ଯିଶାଇୟ 12:1
1. ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ
2. ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି
3. ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ
4. ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧।
5. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ
6. ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି
Total 66 Chapters, Current Chapter 12 of Total Chapters 66
×

Alert

×

oriya Letters Keypad References