ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିଶାଇୟ
1. ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତନ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲାନ୍ତଣଣଦ୍ଵି. ରା. ୧୮:୧୭
2. ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା ।
3. ତେବେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
4. ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ ।
5. ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ ।
6. ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?

ରେକର୍ଡଗୁଡିକ

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 66
1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତନ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲାନ୍ତଣଣଦ୍ଵି. ରା. ୧୮:୧୭ 2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା । 3 ତେବେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି; 4 ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ । 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ । 6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 66
×

Alert

×

Oriya Letters Keypad References