ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିରିମିୟ
1. ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି!
2. ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ ।
3. ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ⇧, ଏହା ସଦାପ୍ରଭୁ କହନ୍ତି ।
4. ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ଵାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତା; ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ ।
5. ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି ।
6. ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି ।
7. ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା?
8. ସେମାନଙ୍କର ଜିହ୍ଵା ପ୍ରାଣନାଶକ ତୀର ସ୍ଵରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି ।
9. ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ?
10. ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି ।
11. ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା ।
12. ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?
13. ଆହୁରି, ସଦାପ୍ରଭୁ କହନ୍ତି, କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
14. ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି;
15. ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା ।
16. ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା ।
17. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
18. ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁ-ପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ ।
19. କାରଣ ସିୟୋନଠାରୁ ଏହି ହାହାକାର ଶଦ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ ।
20. ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ ।
21. କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ ।
22. କୁହ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ-ମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ ।
23. ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;
24. ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ ।
25. ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ତ ଦେବା, ଏପରି ସମୟ ଆସୁଅଛି;
26. ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି ।

ରେକର୍ଡଗୁଡିକ

Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 52
1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି! 2 ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ । 3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ⇧, ଏହା ସଦାପ୍ରଭୁ କହନ୍ତି । 4 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ପ୍ରତିବାସୀ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ଵାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତା; ଅପହରଣ କରିବ ଓ ପ୍ରତ୍ୟେକ ପ୍ରତିବାସୀ ନିନ୍ଦା ଘେନି ବୁଲିବ । 5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି । 6 ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତିସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ଵୀକାର କରନ୍ତି । 7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା? 8 ସେମାନଙ୍କର ଜିହ୍ଵା ପ୍ରାଣନାଶକ ତୀର ସ୍ଵରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି । 9 ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କʼଣ ପରିଶୋଧ ନେବ ନାହିଁ? 10 ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି । 11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା । 12 ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ? 13 ଆହୁରି, ସଦାପ୍ରଭୁ କହନ୍ତି, କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି; 14 ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି; 15 ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍, ଏହି ଲୋକମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା । 16 ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେଯାଏ ସେମାନଙ୍କୁ ସଂହାର ନ କରୁ, ସେଯାଏ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା । 17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ; 18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁ-ପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ । 19 କାରଣ ସିୟୋନଠାରୁ ଏହି ହାହାକାର ଶଦ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ । 20 ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକି ବିଳାପ କରିବାର ଶିକ୍ଷା ଦିଅ । 21 କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ । 22 କୁହ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ-ମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ । 23 ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; 24 ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ । 25 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ତ ଦେବା, ଏପରି ସମୟ ଆସୁଅଛି; 26 ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 52
×

Alert

×

Oriya Letters Keypad References