1. ଏଥିମଧ୍ୟରେ ସେ ଦିନେ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନବର୍ଗଙ୍କ ସହିତ ଆସି ତାହାଙ୍କୁ କହିଲେ,
|
5. ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାଙ୍କୁ ବିଶ୍ଵାସ କଲ ନାହିଁ?
|
6. କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରି-ପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ଵାସ ।
|
8. ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
|
9. ଏଥିଉତ୍ତାରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗମନ କଲେ ।
|
10. ଆଉ, କୃଷକମାନେ ଯେପରି ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ ।
|
13. ସେଥିରେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କହିଲେ, ମୁଁ କଅଣ କରିବି? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ ।
|
14. ମାତ୍ର କୃଷକମାନେ ତାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ ।
|
15. ଆଉ, ସେମାନେ ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ, ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ସେମାନଙ୍କ ପ୍ରତି କଅଣ କରିବେ?
|
16. ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ । ଏହା ଶୁଣି ସେମାନେ କହିଲେ, ତାହା ନ ହେଉ ।
|
17. କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲିଖିତ ଅଛି, ତାହାର ଭାବ କଅଣ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା ।
|
18. ଯେକେହି ସେହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ତବିଖଣ୍ତ ହେବ, ପୁଣି ସେହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।
|
19. ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ଦଣ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
|
20. ସେଥିରେ ସେମାନେ ତାହାଙ୍କୁ କର୍ତ୍ତୃପକ୍ଷଙ୍କ ହସ୍ତରେ ଓ ଶାସନକର୍ତ୍ତାଙ୍କ କ୍ଷମତାଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ତାହାଙ୍କ କଥାର ଛିଦ୍ର ଧରିବା ଉଦ୍ଦେଶ୍ୟରେ କପଟ ଭାବରେ ଆପଣା ଆପଣାକୁ ଧାର୍ମିକ ବୋଲି ଦେଖାଉଥିବା ଚରମାନଙ୍କୁ ପଠାଇଲେ ।
|
21. ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଯଥାର୍ଥ ରୂପେ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ।
|
25. ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ ।
|
26. ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଛିଦ୍ର ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଚମତ୍କୃତ ହୋଇ ନୀରବ ରହିଲେ ।
|
28. ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ଭାର୍ଯ୍ୟା ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
|
35. କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ;
|
36. ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ଵରଙ୍କ ସନ୍ତାନ ଅଟନ୍ତି ।
|
37. ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ଏହା ମୋଶା ମଧ୍ୟ ବୁଦାର ବୃତ୍ତାନ୍ତରେ ପ୍ରଭୁଙ୍କୁ ଅବ୍ରହାମଙ୍କ ଈଶ୍ଵର, ଇସ୍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର ବୋଲି କହି ସୂଚନା ଦେଇଅଛନ୍ତି ।
|
43. ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
|
46. ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଭଲ ପାଆନ୍ତି;
|
47. ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ ।
|