ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ । ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି । ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ ।
2. ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ । [ସେଲା
3. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ ।
4. ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା
5. ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି ।
6. ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ ।
7. ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର । କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ ।
8. ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ । [ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 150
1 ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ । ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି । ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ । 2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ । [ସେଲା 3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ । 4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା 5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି । 6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ । 7 ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ଵର, ମୋତେ ପରିତ୍ରାଣ କର । କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦ; ଭାଙ୍ଗି ପକାଇଅଛ । 8 ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ । [ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 150
×

Alert

×

Oriya Letters Keypad References