1. ଦାଉଦଙ୍କର ଗୀତ । ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ ଆପଣାକୁ ବିରକ୍ତ କର ନାହିଁ, କିଅବା ଅଧର୍ମାଚାରୀମାନଙ୍କ ପ୍ରତି ଈର୍ଷାଭାବ ବହ ନାହିଁ ।
|
7. ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ ।
|
8. କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ ।
|
14. ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି ।
|
20. ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ଵରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ ।
|
25. ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ ।
|
28. କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ ।
|
33. ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ ।
|
34. ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ ।
|
36. ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ଵେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ ।
|
40. ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ ।
|