ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭ ନାମ ଦ୍ଵାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର ।
2. ହେ ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର ।
3. କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି ଦୁର; ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି । ସେମାନେ ପରମେଶ୍ଵରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି । [ସେଲା
4. ଦେଖ, ପରମେଶ୍ଵର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକମାନଙ୍କର ମଧ୍ୟବର୍ତ୍ତୀ ।
5. ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର ।
6. ମୁଁ ସ୍ଵେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ ।
7. ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 54 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭ ନାମ ଦ୍ଵାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର । 2 ହେ ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର । 3 କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି ଦୁର; ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି । ସେମାନେ ପରମେଶ୍ଵରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି । [ସେଲା 4 ଦେଖ, ପରମେଶ୍ଵର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକମାନଙ୍କର ମଧ୍ୟବର୍ତ୍ତୀ । 5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର । 6 ମୁଁ ସ୍ଵେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ । 7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 54 / 150
×

Alert

×

Oriya Letters Keypad References