1. ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ ।
|
2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ ।
|
7. କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ ।
|
8. ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
|
10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ
|