1. ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ଵରେ ଯାହା ଯାହା ଅବଶ୍ୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ଵର ଏହା ତାହାଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନକୁ ଏହା ଜ୍ଞାତ କରାଇଲେ।
|
2. ସେହି ଯୋହନ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ଵନ୍ଧରେ, ଅର୍ଥାତ୍, ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।
|
3. ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି, ପୁଣି ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ; କାରଣ ସମୟ ସନ୍ନିକଟ ।
|
4. ଯୋହନ ଆସିଆସ୍ଥ ସପ୍ତ ମଣ୍ତଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଭୂତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
|
5. ପୁଣି ବିଶ୍ଵସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । ଯେ ଆମ୍ଭମାନଙ୍କୁ ପ୍ରେମ କରିଜ ଆପଣା ରକ୍ତ ଦ୍ଵାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
|
6. ପୁଣି ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ କରି ଆପଣା ଈଶ୍ଵର ଓ ପିତାଙ୍କ ନିକଟରେ ଯାଜକ ସ୍ଵରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।
|
7. ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ, ଆମେନ୍ ।
|
9. ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।
|
10. ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶଦ୍ଦ ପରି ଗୋଟିଏ ମହାସ୍ଵର ଏହା କହୁଥିବା ଶୁଣିଲି,
|
11. ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।
|
12. କିଏ ମୋʼ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲି ପଡ଼ିଲି । ଆଉ ବୁଲି ପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,
|
13. ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କର ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ଵାରା ବେଷ୍ଟିତ;
|
14. ତାହାଙ୍କ ମସ୍ତକ ଓ କେଶ ହିମତୁଲ୍ୟ ଶୁଭ୍ର ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ;
|
16. ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ମ ଦ୍ଵିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।
|
17. ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି । ସେଥିରେ ସେ ମୋʼ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
|
18. ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି ।
|
20. ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ନିଗୂଢ଼ତତ୍ତ୍ଵ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ତଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ତଳୀ ଅଟନ୍ତି ।
|