ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ଶାମୁୟେଲ
1. ଅନନ୍ତର ଦାଉଦ ଉଠାଣି ଶୃଙ୍ଗ ପାର ହୋଇ କିଞ୍ଚିତ୍ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ କରି ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୋଟୀ, ଶହେ ପେଣ୍ତା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା ଦ୍ରାକ୍ଷାରସ ଥିଲା ।
2. ତହିଁରେ ରାଜା ସୀବଃକୁ କହିଲେ, ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ? ତହୁଁ ସୀବଃ କହିଲା, ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୋଟୀ ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳା; ହେବା ଲୋକମାନେ ପାନ କରିବେ ।
3. ତେବେ ରାଜା କହିଲେ, ତୁମ୍ଭ ପ୍ରଭୁର ପୁତ୍ର କାହିଁ? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ ।
4. ଏଥିରେ ରାଜା ସୀବଃକୁ କହିଲେ, ଦେଖ, ମଫୀବୋଶତର ସର୍ବସ୍ଵ ତୁମ୍ଭର ହେଲା । ତହୁଁ ସୀବଃ କହିଲା, ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ ।
5. ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଶାପ ଦେଉ ଦେଉ ଆସିଲା ।
6. ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ପକାଇଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ ।
7. ପୁଣି ଶିମୀୟି ଶାପ ଦେଉ ଦେଉ ଏପରି କହିଲା, ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୂର୍, ଦୂର୍;
8. ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ ।
9. ସେତେବେଳେ ସରୁୟାର ପୁତ୍ର ଅବିଶୟ ରାଜାଙ୍କୁ କହିଲା, ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ତ କାଟି ପକାଏ ।
10. ତହିଁରେ ରାଜା କହିଲେ, ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସଙ୍ଗେ ମୋହର କି କଥା? ସେ ତ ଶାପ ଦେଉଅଛି, ପୁଣି ଦାଉଦକୁ ଶାପ ଦିଅ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି; ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?
11. ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାକୁ ଛାଡ଼, ସେ ଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି ।
12. ହୋଇପାରେ, ମୋʼ ପ୍ରତି କୃତ ଏ ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ ।
13. ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ଵ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଶାପ ଦେଲା ଓ ତାଙ୍କୁ ପଥର ଓ ଧୂଳି ପକାଇଲା ।
14. ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳା; ହୋଇ ଆସିଲେ; ପୁଣି ସେଠାରେ ସେମାନେ ବିଶ୍ରାମ କଲେ ।
15. ଏଥି ମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ ।
16. ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମକୁ କହିଲା, ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ ।
17. ତହିଁରେ ଅବଶାଲୋମ ହୂଶୟକୁ କହିଲା, ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?
18. ହୂଶୟ ଅବଶାଲୋମକୁ କହିଲା, ତାହା ନୁହେଁ; ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି ।
19. ପୁନଶ୍ଚ ମୁଁ କାହାର ସେବା କରିବି? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି ।
20. ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ମନ୍ତ୍ରଣା ଦିଅ ।
21. ତହିଁରେ ଅହୀଥୋଫଲ ଅବଶାଲୋମକୁ କହିଲା, ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପନିୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କର ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ଵରୂପ ହୋଇଅଛ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ⇧ ।
22. ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ଵୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପନିୀମାନଙ୍କ ସହବାସ କଲା ।
23. ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ଵରଙ୍କ ବାକ୍ୟ ଦ୍ଵାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 24
1 ଅନନ୍ତର ଦାଉଦ ଉଠାଣି ଶୃଙ୍ଗ ପାର ହୋଇ କିଞ୍ଚିତ୍ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ କରି ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୋଟୀ, ଶହେ ପେଣ୍ତା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା ଦ୍ରାକ୍ଷାରସ ଥିଲା । 2 ତହିଁରେ ରାଜା ସୀବଃକୁ କହିଲେ, ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ? ତହୁଁ ସୀବଃ କହିଲା, ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୋଟୀ ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳା; ହେବା ଲୋକମାନେ ପାନ କରିବେ । 3 ତେବେ ରାଜା କହିଲେ, ତୁମ୍ଭ ପ୍ରଭୁର ପୁତ୍ର କାହିଁ? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ । 4 ଏଥିରେ ରାଜା ସୀବଃକୁ କହିଲେ, ଦେଖ, ମଫୀବୋଶତର ସର୍ବସ୍ଵ ତୁମ୍ଭର ହେଲା । ତହୁଁ ସୀବଃ କହିଲା, ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ । 5 ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଶାପ ଦେଉ ଦେଉ ଆସିଲା । 6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ପକାଇଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ । 7 ପୁଣି ଶିମୀୟି ଶାପ ଦେଉ ଦେଉ ଏପରି କହିଲା, ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୂର୍, ଦୂର୍; 8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ । 9 ସେତେବେଳେ ସରୁୟାର ପୁତ୍ର ଅବିଶୟ ରାଜାଙ୍କୁ କହିଲା, ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ତ କାଟି ପକାଏ । 10 ତହିଁରେ ରାଜା କହିଲେ, ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସଙ୍ଗେ ମୋହର କି କଥା? ସେ ତ ଶାପ ଦେଉଅଛି, ପୁଣି ଦାଉଦକୁ ଶାପ ଦିଅ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି; ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ? 11 ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାକୁ ଛାଡ଼, ସେ ଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି । 12 ହୋଇପାରେ, ମୋʼ ପ୍ରତି କୃତ ଏ ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ । 13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ଵ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଶାପ ଦେଲା ଓ ତାଙ୍କୁ ପଥର ଓ ଧୂଳି ପକାଇଲା । 14 ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳା; ହୋଇ ଆସିଲେ; ପୁଣି ସେଠାରେ ସେମାନେ ବିଶ୍ରାମ କଲେ । 15 ଏଥି ମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ । 16 ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମକୁ କହିଲା, ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ । 17 ତହିଁରେ ଅବଶାଲୋମ ହୂଶୟକୁ କହିଲା, ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ? 18 ହୂଶୟ ଅବଶାଲୋମକୁ କହିଲା, ତାହା ନୁହେଁ; ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି । 19 ପୁନଶ୍ଚ ମୁଁ କାହାର ସେବା କରିବି? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି । 20 ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ମନ୍ତ୍ରଣା ଦିଅ । 21 ତହିଁରେ ଅହୀଥୋଫଲ ଅବଶାଲୋମକୁ କହିଲା, ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପନିୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କର ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ଵରୂପ ହୋଇଅଛ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ⇧ । 22 ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ଵୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପନିୀମାନଙ୍କ ସହବାସ କଲା । 23 ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ଵରଙ୍କ ବାକ୍ୟ ଦ୍ଵାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା ।
Total 24 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 24
×

Alert

×

Oriya Letters Keypad References