ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଏଜ୍ରା
1. ଏଥି ଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଜିଖରୀୟ, ଏହି ଭବିଷ୍ୟଦ୍-ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
2. ତହିଁରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ଵରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ ।
3. ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?
4. ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କଅଣ?
5. ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନୋହିବା ଓ ପତ୍ର ଦ୍ଵାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ ।
6. ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥରବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ଅନୁଲିପି;
7. ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖା ଥିଲା; ମହାରାଜ ଦାରୀୟାବସଙ୍କର ସର୍ବମଙ୍ଗଳ ।
8. ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ଵରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯନିରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି ।
9. ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?
10. ମଧ୍ୟ ଆମ୍ଭେମାନେ ଆପଣଙ୍କ ଗୋଚରାର୍ଥେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ ।
11. ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ପରମେଶ୍ଵରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ ।
12. ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ଵର୍ଗର ପରମେଶ୍ଵରଙ୍କୁ କୋପାନ୍ଵିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲଦୀୟ ନବୁଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା ।
13. ମାତ୍ର ବାବିଲର ରାଜା କୋରସ୍ଙ୍କ ଅଧିକାରର ପ୍ରଥମ ବର୍ଷରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ ।
14. ଆହୁରି, ନବୁଖଦ୍ନିତ୍ସର ପରମେଶ୍ଵରଙ୍କ ଗୃହର ଯେସକଳ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
15. ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ଵରଙ୍କ ଗୃହ ସ୍ଵସ୍ଥାନରେ ନିର୍ମିତ ହେଉ ।
16. ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇନାହିଁ ।
17. ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ତାର-ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ ।
Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 10
1 2 3 4 5 6 7 8 9 10
1 ଏଥି ଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଜିଖରୀୟ, ଏହି ଭବିଷ୍ୟଦ୍-ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । 2 ତହିଁରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ଵରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ । 3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା? 4 ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କଅଣ? 5 ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ଵରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନୋହିବା ଓ ପତ୍ର ଦ୍ଵାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ । 6 ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥରବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ଅନୁଲିପି; 7 ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖା ଥିଲା; ମହାରାଜ ଦାରୀୟାବସଙ୍କର ସର୍ବମଙ୍ଗଳ । 8 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ଵରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯନିରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି । 9 ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା? 10 ମଧ୍ୟ ଆମ୍ଭେମାନେ ଆପଣଙ୍କ ଗୋଚରାର୍ଥେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ । 11 ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ପରମେଶ୍ଵରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ । 12 ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ଵର୍ଗର ପରମେଶ୍ଵରଙ୍କୁ କୋପାନ୍ଵିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲଦୀୟ ନବୁଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା । 13 ମାତ୍ର ବାବିଲର ରାଜା କୋରସ୍ଙ୍କ ଅଧିକାରର ପ୍ରଥମ ବର୍ଷରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍ ରାଜା ଆଜ୍ଞା କଲେ । 14 ଆହୁରି, ନବୁଖଦ୍ନିତ୍ସର ପରମେଶ୍ଵରଙ୍କ ଗୃହର ଯେସକଳ ସ୍ଵର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରି ଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା; 15 ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ଵରଙ୍କ ଗୃହ ସ୍ଵସ୍ଥାନରେ ନିର୍ମିତ ହେଉ । 16 ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ଵରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇନାହିଁ । 17 ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୂଶାଲମରେ ପରମେଶ୍ଵରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ତାର-ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ ।
Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 10
1 2 3 4 5 6 7 8 9 10
×

Alert

×

Oriya Letters Keypad References