1. ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ ।
|
2. ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
|
4. ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା ।
|
8. ପୁଣି ନୋହଙ୍କ ପ୍ରତି ପରମେଶ୍ଵରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
|
11. ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା ।
|
13. ସେହି ଦିନରେ ନୋହ, ପୁଣି ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ ।
|
15. ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ ।
|
16. ପରମେଶ୍ଵରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ଵ-ଦ୍ଵାର ବନ୍ଦ କଲେ ।
|
17. ଅନନ୍ତର ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକି ଛାଡ଼ି ଭାସି ଉଠିଲା ।
|
21. ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
|
23. ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ ।
|