1. ପ୍ରଧାନ ବାଦକାର ନିମନ୍ତେ ଶମୀନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଉଅଛି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ଵସ୍ତ ଲୋକର ହ୍ରାସ ହେଉଅଛି ।
|
2. ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ସଙ୍ଗେ ଅସାର କଥା କହନ୍ତି । ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ଵିଧାଚିତ୍ତରେ କଥା କହନ୍ତି ।
|
4. ସେମାନେ କହନ୍ତି, ଆମ୍ଭେମାନେ ଜିହ୍ଵା ଦ୍ଵାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?
|
5. ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା ।
|
7. ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ ।
|