1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ଵସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ ।
|
3. ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି ।
|
5. ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି ।
|
7. ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି ।
|
8. ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ ।
|
10. ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ ।
|
12. ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ ।
|