5. ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । ସେଲା
|
6. ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ ।
|
7. ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । ସେଲା
|
8. ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି ।
|
10. ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ ।
|
11. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର ।
|