ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର ।
2. ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ ।
3. କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ଵରୂପ ହୋଇଅଛ ।
4. ମୁଁ ସଦାକାଳ ତୁମ୍ଭ ତମ୍ଵୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି ।
5. କାରଣ ହେ ପରମେଶ୍ଵର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ ।
6. ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ ।
7. ସେ ସଦାକାଳ ପରମେଶ୍ଵରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର ।
8. ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 61 / 150
ଗୀତସଂହିତା 61:87
1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର । 2 ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ । 3 କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ଵରୂପ ହୋଇଅଛ । 4 ମୁଁ ସଦାକାଳ ତୁମ୍ଭ ତମ୍ଵୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି । 5 କାରଣ ହେ ପରମେଶ୍ଵର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ । 6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ । 7 ସେ ସଦାକାଳ ପରମେଶ୍ଵରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର । 8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 61 / 150
Common Bible Languages
West Indian Languages
×

Alert

×

oriya Letters Keypad References