1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ!
|
2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ ।
|
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ?
|
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ ।
|
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
|