ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୀତ; କୋରହ-ସନ୍ତାନଗଣର ଗୀତ । ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ଵରରେ ଇଷ୍ରାହୀୟ ହେମନର ମସ୍କୀଲ୍ । ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି;
2. ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୁକ୍ତିରେ କର୍ଣ୍ଣପାତ କର;
3. କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି ।
4. ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ ।
5. ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି ।
6. ତୁମ୍ଭେ ମୋତେ ନୀଚତମ ଗର୍ତ୍ତରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ ।
7. ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ । [ସେଲା
8. ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ । ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ ।
9. କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି ।
10. ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା
11. କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ଵସ୍ତତା କି ପ୍ରଚାରିତ ହେବ?
12. ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?
13. ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ ।
14. ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼଠାରୁ ଆପଣା ମୁଖ ଲୁଚାଉଅଛ?
15. ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି ।
16. ତୁମ୍ଭ ପ୍ରଚଣ୍ତ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି ।
17. ତାହାସବୁ ଦିନଯାକ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ ।
18. ତୁମ୍ଭେ ସ୍ନେହୀକି ଓ ମିତ୍ରକୁ ମୋʼଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ ।

Notes

No Verse Added

Total 150 Chapters, Current Chapter 88 of Total Chapters 150
ଗୀତସଂହିତା 88
1. ଗୀତ; କୋରହ-ସନ୍ତାନଗଣର ଗୀତ ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ଵରରେ ଇଷ୍ରାହୀୟ ହେମନର ମସ୍କୀଲ୍ ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି;
2. ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୁକ୍ତିରେ କର୍ଣ୍ଣପାତ କର;
3. କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି
4. ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ
5. ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି
6. ତୁମ୍ଭେ ମୋତେ ନୀଚତମ ଗର୍ତ୍ତରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ
7. ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ ସେଲା
8. ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ ମୁଁ ଅବରୁଦ୍ଧ ହୋଇଅଛି ମୁଁ ବାହାରକୁ ଆସି ପାରୁ ନାହିଁ
9. କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି
10. ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? ସେଲା
11. କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ଵସ୍ତତା କି ପ୍ରଚାରିତ ହେବ?
12. ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?
13. ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରିଅଛି ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ
14. ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼଠାରୁ ଆପଣା ମୁଖ ଲୁଚାଉଅଛ?
15. ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି
16. ତୁମ୍ଭ ପ୍ରଚଣ୍ତ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି
17. ତାହାସବୁ ଦିନଯାକ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ
18. ତୁମ୍ଭେ ସ୍ନେହୀକି ମିତ୍ରକୁ ମୋʼଠାରୁ ଦୂରରେ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ
Total 150 Chapters, Current Chapter 88 of Total Chapters 150
×

Alert

×

oriya Letters Keypad References