ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦାନିଏଲ
1. ସେସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଂକଟର କାଳ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେସମୟରେ ଉଦ୍ଧାର ପାଇବେ, ।
2. ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ ।
3. ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ ।
4. ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ ।
5. ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ ।
6. ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ?
7. ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ ।
8. ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?
9. ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି ।
10. ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ ।
11. ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ ।
12. ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ସହସ୍ର ତିନିଶତ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ ।
13. ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 12
1 2 3 4 5 6 7 8 9 10 11 12
1 ସେସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଂକଟର କାଳ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେସମୟରେ ଉଦ୍ଧାର ପାଇବେ, । 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ । 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ । 4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ । 5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ । 6 ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ? 7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ । 8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ? 9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି । 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ । 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ । 12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ସହସ୍ର ତିନିଶତ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ । 13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ ।
Total 12 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 12
1 2 3 4 5 6 7 8 9 10 11 12
×

Alert

×

Oriya Letters Keypad References