1. ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ଵରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!
|
2. ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ଵାରା ଭୂମିରେ ନିକ୍ଷେପ କରିବ ।
|
4. ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବାମାତ୍ର ଗ୍ରାସ କରେ ।
|
5. ସେଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ଵରୂପ ହେବେ;
|
6. ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ଵାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ଵରୂପ ହେବେ ।
|
7. ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ଵାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ଵାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ଵାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି ।
|
9. ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
|
12. ସେ ସେମାନଙ୍କୁ କହିଲେ, ଏହି ବିଶ୍ରାମ, ତୁମ୍ଭେମାନେ କ୍ଳା; ଲୋକମାନଙ୍କୁ ବିଶ୍ରାମ ଦିଅ; ପୁଣି ଏହି ତ ଆରାମ; ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ ।
|
13. ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍ ପଡ଼ି ଭଗ୍ନ ହେବେ ଓ ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ ।
|
15. ତୁମ୍ଭେମାନେ କହିଅଛ, ଆମ୍ଭେମାନେ ମୃତ୍ୟୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ;
|
16. ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ଵରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ଵାସ କରେ, ସେ ଚଞ୍ଚଳ ହେବ ନାହିଁ ।
|
17. ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ ।
|
18. ପୁଣି, ମୃତ୍ୟୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ଵାରା ଦଳିତ ହେବ ।
|
19. ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ ।
|
21. ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେପରି ଉଠିବେ, ଯେପରି ଗିବୀୟୋନର ତଳଭୂମିରେ, ସେପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ ⇧।
|
22. ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ ।
|
25. ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚିଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
|
27. ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ତରେ ପିଟାଯାଏ ।
|
28. ରୁଟୀର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ଵଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ ।
|