ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି ।
2. ମୁଁ ପରମେଶ୍ଵରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କିହେତୁ ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ ।
3. ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
4. ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?
5. ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ
6. ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ?
7. ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ ।
8. ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ ।
9. ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
10. ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?
11. ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ଵିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ ।
12. ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ଵାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି ।
13. ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
14. ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ ।
15. ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ ।
16. ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ ।
17. ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ ।
18. ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
19. ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି ।
20. ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷା; ହୁଅ,
21. ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ଵନା ପାଇବି;
22. ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ ।

Notes

No Verse Added

Total 42 Chapters, Current Chapter 10 of Total Chapters 42
ଆୟୁବ ପୁସ୍ତକ 10
1. ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି
2. ମୁଁ ପରମେଶ୍ଵରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କିହେତୁ ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ
3. ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
4. ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?
5. ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ
6. ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ମୋହର ପାପ ଅନ୍ଵେଷଣ କରୁଅଛ?
7. ତୁମ୍ଭେ ଜାଣ, ମୁଁ ଦୁଷ୍ଟ ନୁହେଁ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ
8. ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ
9. ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
10. ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?
11. ତୁମ୍ଭେ ମୋତେ ଚର୍ମ ମାଂସରେ ବସ୍ତ୍ରାନ୍ଵିତ କରିଅଛ, ପୁଣି ଅସ୍ଥି ଶିରାରେ ମୋତେ ଏକତ୍ର ବୁଣିଅଛ
12. ତୁମ୍ଭେ ମୋତେ ଜୀବନ ଅନୁଗ୍ରହ ଦାନ କରିଅଛ ତୁମ୍ଭର ତତ୍ତ୍ଵାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି
13. ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
14. ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ
15. ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ
16. ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ
17. ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ
18. ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି କୌଣସି ଚକ୍ଷୁ ମୋତେ ଦେଖି ଥାʼନ୍ତା,
19. ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି
20. ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷା; ହୁଅ,
21. ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ମୃତ୍ୟୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ଵନା ପାଇବି;
22. ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁଚ୍ଛାୟାମୟ, ସୁଧାରାବିହୀନ ସେଠାରେ ଦୀପ୍ତି ଅନ୍ଧକାରର ସମାନ
Total 42 Chapters, Current Chapter 10 of Total Chapters 42
×

Alert

×

oriya Letters Keypad References