ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗଣନା ପୁସ୍ତକ
1. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2. ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ ।
3. ପୁଣି ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ତଳୀ ସମାଗମ-ତମ୍ଵୁ ଦ୍ଵାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ ।
4. ଆଉ ଯେବେ ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ ।
5. ପୁଣି ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ ।
6. ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ ।
7. ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।
8. ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ ।
9. ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ ।
10. ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
11. ଆଉ ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା ।
12. ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା ।
13. ଆଉ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ ।
14. ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା ।
15. ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
16. ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
17. ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବହି ଅଗ୍ରସର ହେଲେ ।
18. ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା ।
19. ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
20. ଆଉ ଦ୍ୟୁୟେଲର ପୁତ୍ର ଇଲୀୟାସଫ୍ ଗାଦ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
21. ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବହି ଅଗ୍ରସର ହେଲେ; ପୁଣି ସେମାନଙ୍କ ପହୁଞ୍ଚିବା ସମୟକୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ ।
22. ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା ।
23. ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
24. ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
25. ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା ।
26. ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
27. ପୁଣି ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା ।
28. ଏହିରୂପେ ଇସ୍ରାଏଲ ସନ୍ତାନଗଣର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ ।
29. ଅନନ୍ତର ମୋଶା ଆପଣା ଶ୍ଵଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି ।
30. ତହୁଁ ସେ କହିଲା, ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି ।
31. ତେବେ ମୋଶା କହିଲେ, ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ ।
32. ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ ।
33. ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା ।
34. ପୁଣି ସେମାନେ ଛାଉଣିରୁ ଯାତ୍ରା କରିବା ବେଳେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା ।
35. ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ ।
36. ଆଉ ତାହା ବିଶ୍ରାମ କରିବା ବେଳେ ସେ କହନ୍ତି, ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର ।

ରେକର୍ଡଗୁଡିକ

Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 36
1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ । 3 ପୁଣି ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ତଳୀ ସମାଗମ-ତମ୍ଵୁ ଦ୍ଵାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ । 4 ଆଉ ଯେବେ ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ । 5 ପୁଣି ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ । 6 ପୁଣି ତୁମ୍ଭେମାନେ ଦ୍ଵିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ । 7 ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ। 8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ । 9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ । 10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ । 11 ଆଉ ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା । 12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା । 13 ଆଉ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ । 14 ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା । 15 ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 16 ଆଉ ହେଲୋନର ପୁତ୍ର ଇଲୀୟାବ୍, ସବୂଲୂନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 17 ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବହି ଅଗ୍ରସର ହେଲେ । 18 ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା । 19 ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 20 ଆଉ ଦ୍ୟୁୟେଲର ପୁତ୍ର ଇଲୀୟାସଫ୍ ଗାଦ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବହି ଅଗ୍ରସର ହେଲେ; ପୁଣି ସେମାନଙ୍କ ପହୁଞ୍ଚିବା ସମୟକୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ । 22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା । 23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 24 ପୁଣି ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା । 26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 27 ପୁଣି ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା । 28 ଏହିରୂପେ ଇସ୍ରାଏଲ ସନ୍ତାନଗଣର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ । 29 ଅନନ୍ତର ମୋଶା ଆପଣା ଶ୍ଵଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି । 30 ତହୁଁ ସେ କହିଲା, ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି । 31 ତେବେ ମୋଶା କହିଲେ, ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ । 32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ । 33 ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା । 34 ପୁଣି ସେମାନେ ଛାଉଣିରୁ ଯାତ୍ରା କରିବା ବେଳେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା । 35 ପୁଣି ସିନ୍ଦୁକ ଅଗ୍ରସର ହେବା ବେଳେ ମୋଶା କହନ୍ତି, ସଦାପ୍ରଭୋ, ଉଠ, ପୁଣି ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ । 36 ଆଉ ତାହା ବିଶ୍ରାମ କରିବା ବେଳେ ସେ କହନ୍ତି, ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର ।
Total 36 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 36
×

Alert

×

Oriya Letters Keypad References