1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ ।
|
2. ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
|
9. ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି ।
|
12. କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
|
15. ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି ।
|
18. ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ ।
|
19. ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ ।
|
21. ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍ଗ ତୁଲ୍ୟ ।
|
22. ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ ।
|
23. ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି ।
|