ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. ତତ୍ପରେ ମୁଁ ସ୍ଵର୍ଗରେ ଆଉ ଏକ ମହା ଅଦ୍ଭୁତ ଲକ୍ଷଣ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଳେଶ, ଏହା ହିଁ ଶେଷ, କାରଣ ଏହି କ୍ଳେଶମାନଙ୍କରେ ଈଶ୍ଵରଙ୍କ କ୍ରୋଧ ସମାପ୍ତ ।
2. ଆଉ, ମୁଁ ଦେଖିଲି, ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା, ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ଵରଙ୍କ ବୀଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ତାୟମାନ ହୋଇଅଛନ୍ତି ।
3. ସେମାନେ ଈଶ୍ଵରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ ।
4. ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ; ତେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।
5. ଏଥିଉତ୍ତାରେ ମୁଁ ଦେଖିଲି, ସ୍ଵର୍ଗସ୍ଥ ସାକ୍ଷ୍ୟତମ୍ଵୁର ମନ୍ଦିରର ଦ୍ଵାର ଉନ୍ମୁକ୍ତ ହେଲା,
6. ଆଉ ମନ୍ଦିରରୁ ସେହି ସପ୍ତକ୍ଳେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ଵଳ ମସୀନା ବସ୍ତ୍ର ପରିହିତ ପୁଣି ସେମାନଙ୍କ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ବଦ୍ଧ ।
7. ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ଵରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।
8. ଆଉ ଈଶ୍ଵରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଳେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।

Notes

No Verse Added

Total 22 Chapters, Current Chapter 15 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:3
1. ତତ୍ପରେ ମୁଁ ସ୍ଵର୍ଗରେ ଆଉ ଏକ ମହା ଅଦ୍ଭୁତ ଲକ୍ଷଣ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଳେଶ, ଏହା ହିଁ ଶେଷ, କାରଣ ଏହି କ୍ଳେଶମାନଙ୍କରେ ଈଶ୍ଵରଙ୍କ କ୍ରୋଧ ସମାପ୍ତ
2. ଆଉ, ମୁଁ ଦେଖିଲି, ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା, ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ଵରଙ୍କ ବୀଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ତାୟମାନ ହୋଇଅଛନ୍ତି
3. ସେମାନେ ଈଶ୍ଵରଙ୍କ ଦାସ ମୋଶା ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର କର୍ମସମୂହ ମହତ୍ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ସତ୍ୟ
4. ହେ ପ୍ରଭୁ, କିଏ ତୁମ୍ଭକୁ ଭୟ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ; ତେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି
5. ଏଥିଉତ୍ତାରେ ମୁଁ ଦେଖିଲି, ସ୍ଵର୍ଗସ୍ଥ ସାକ୍ଷ୍ୟତମ୍ଵୁର ମନ୍ଦିରର ଦ୍ଵାର ଉନ୍ମୁକ୍ତ ହେଲା,
6. ଆଉ ମନ୍ଦିରରୁ ସେହି ସପ୍ତକ୍ଳେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଉଜ୍ଜ୍ଵଳ ମସୀନା ବସ୍ତ୍ର ପରିହିତ ପୁଣି ସେମାନଙ୍କ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ବଦ୍ଧ
7. ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ଵରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ
8. ଆଉ ଈଶ୍ଵରଙ୍କ ଗୌରବ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଳେଶ ସମାପ୍ତ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ
Total 22 Chapters, Current Chapter 15 of Total Chapters 22
×

Alert

×

oriya Letters Keypad References