1. ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ- ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଅନନ୍ତର ଯିହୁଦା ଆପଣାମାନଙ୍କ ସତ୍ୟଲଙ୍ଘନ ସକାଶୁ ବନ୍ଦୀ ହୋଇ ବାବିଲ୍କୁ ନୀତ ହେଲେ ।
|
3. ପୁଣି ଯିହୁଦା-ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ଓ ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
|
4. ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
|
8. ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷୀର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫ୍ଟୀୟର ପୁତ୍ର ମଶୁଲ୍ଲମ୍;
|
9. ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ । ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ ।
|
11. ଓ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କୀୟର ପୁତ୍ର ଅସରୀୟ,
|
12. ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
|
13. ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଶାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ଵରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ ।
|
16. ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ ।
|
19. ଏହି ଶଲ୍ଲୁମ୍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ଵୁଦ୍ଵାରସବୁର ରକ୍ଷକ ଥିଲେ । ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶସ୍ଥାନର ରକ୍ଷକ ଥିଲେ ।
|
22. ଦ୍ଵାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ ।
|
23. ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ଵୁଗୃହର ଦ୍ଵାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ ।
|
26. କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ଵାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ଵରଙ୍କ ଗୃହର କୋଠରି ଓ ଭଣ୍ତାରସମୂହର ଅଧ୍ୟକ୍ଷ ଥିଲେ ।
|
27. ଆଉ ସେମାନେ ପରମେଶ୍ଵରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ଵାର ଫିଟାଇବାର କାର୍ଯ୍ୟ ଥିଲା ।
|
28. ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା ।
|
29. ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ ଓ ସକଳ ପାତ୍ର ଓ ସରୁ ମଇଦା ଓ ଦ୍ରାକ୍ଷାରସ ଓ ତୈଳ ଓ କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷାକାର୍ଯ୍ୟରେ ନିଯୁକ୍ତ ଥିଲେ ।
|
31. ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ଵାନ୍ନ-ତତ୍ତ୍ଵାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା ।
|
32. ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୋଟୀ ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ ।
|
33. ପୁଣି ଲେବୀୟମାନଙ୍କ ପିତୃବଂଶପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା ।
|
34. ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ ।
|
38. ମିକ୍ଲୋତ୍ ଶିମୀୟାମକୁ ଜାତ କଲା । ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ ।
|
39. ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ୍ ଓ ମଲ୍କୀଶୂୟ ଓ ଅବୀନାଦବ ଓ ଈଶ୍ବାଲ୍କୁ ଜାତ କଲେ ।
|
44. ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍; ଏସମସ୍ତେ ଆତ୍ସେଲ୍ର ସନ୍ତାନ ।
|