ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଦିତୀୟ ରାଜାବଳୀ
1. ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ଵର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ ।
2. ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବୈଥେଲ ପର୍ଯ୍ୟନ୍ତ ପଠାଇଅଛନ୍ତି । ତହିଁରେ ଇଲୀଶାୟ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତହୁଁ ସେମାନେ ବୈଥେଲକୁ ଗଲେ ।
3. ସେତେବେଳେ ବୈଥେଲ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ତହୁଁ ସେ କହିଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ ।
4. ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି । ଏଥିରେ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତହୁଁ ସେମାନେ ଯିରୀହୋକୁ ଗଲେ ।
5. ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ସେ ଉତ୍ତର କଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ ।
6. ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି । ତହୁଁ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ଏଥିରେ ସେ ଦୁହେଁ ଅଗ୍ରସର ହେଲେ ।
7. ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ ।
8. ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାʼନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ ।
9. ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ପୂର୍ବରୁ ମାଗ । ତହିଁରେ ଇଲୀଶାୟ କହିଲେ, ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ ।
10. ଏଥିରେ ସେ କହିଲେ, ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ ।
11. ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ଵମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କି ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ଵର୍ଗାରୋହଣ କଲେ ।
12. ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ଵରରେ କହିଲେ, ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ଵାରୋହୀଗଣଣ! ଏଉତ୍ତାରେ ସେ ତାଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ତ କରି ଚିରିଲେ ।
13. ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ତ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ ।
14. ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, ସଦାପ୍ରଭୁ ଏଲୀୟଙ୍କର ପରମେଶ୍ଵର କାହାନ୍ତି? ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ ।
15. ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ଯେଉଁ ପୁତ୍ରମାନେ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା । ତହୁଁ ସେମାନେ ତାଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ ।
16. ଆଉ ସେମାନେ ତାଙ୍କୁ କହିଲେ, ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ଵକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ । ଏଥିରେ ସେ କହିଲେ, ତୁମ୍ଭେମାନେ ପଠାଅ ନାହିଁ ।
17. ତଥାପି ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, ପଠାଅ । ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ ।
18. ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି?
19. ଅନନ୍ତର ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ ।
20. ତହିଁରେ ସେ କହିଲେ, ମୋʼ କତିକି ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ । ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ ।
21. ଏଥିରେ ସେ ଜଳନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁଜନକ ଅବା ଫଳନାଶକ ଆଉ ହେବ ନାହିଁ ।
22. ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି ।
23. ଏଥିଉତ୍ତାରେ ସେ ସେଠାରୁ ବୈଥେଲକୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା ।
24. ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଶାପ ଦେଲେ । ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ ।
25. ଏଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 25
1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ଵର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ । 2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବୈଥେଲ ପର୍ଯ୍ୟନ୍ତ ପଠାଇଅଛନ୍ତି । ତହିଁରେ ଇଲୀଶାୟ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତହୁଁ ସେମାନେ ବୈଥେଲକୁ ଗଲେ । 3 ସେତେବେଳେ ବୈଥେଲ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ତହୁଁ ସେ କହିଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ । 4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି । ଏଥିରେ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତହୁଁ ସେମାନେ ଯିରୀହୋକୁ ଗଲେ । 5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭ ମସ୍ତକରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ? ସେ ଉତ୍ତର କଲେ, ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ । 6 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି । ତହୁଁ ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ଏଥିରେ ସେ ଦୁହେଁ ଅଗ୍ରସର ହେଲେ । 7 ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ । 8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାʼନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ । 9 ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ପୂର୍ବରୁ ମାଗ । ତହିଁରେ ଇଲୀଶାୟ କହିଲେ, ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ । 10 ଏଥିରେ ସେ କହିଲେ, ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ଅନ୍ତରିତ ହେବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ । 11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ଵମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କି ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ଵର୍ଗାରୋହଣ କଲେ । 12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ଵରରେ କହିଲେ, ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ଵାରୋହୀଗଣଣ! ଏଉତ୍ତାରେ ସେ ତାଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ତ କରି ଚିରିଲେ । 13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ତ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ । 14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, ସଦାପ୍ରଭୁ ଏଲୀୟଙ୍କର ପରମେଶ୍ଵର କାହାନ୍ତି? ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ । 15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ଯେଉଁ ପୁତ୍ରମାନେ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା । ତହୁଁ ସେମାନେ ତାଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ । 16 ଆଉ ସେମାନେ ତାଙ୍କୁ କହିଲେ, ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ଵକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ । ଏଥିରେ ସେ କହିଲେ, ତୁମ୍ଭେମାନେ ପଠାଅ ନାହିଁ । 17 ତଥାପି ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, ପଠାଅ । ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ । 18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି? 19 ଅନନ୍ତର ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ । 20 ତହିଁରେ ସେ କହିଲେ, ମୋʼ କତିକି ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ । ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ । 21 ଏଥିରେ ସେ ଜଳନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁଜନକ ଅବା ଫଳନାଶକ ଆଉ ହେବ ନାହିଁ । 22 ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି । 23 ଏଥିଉତ୍ତାରେ ସେ ସେଠାରୁ ବୈଥେଲକୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା । 24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଶାପ ଦେଲେ । ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ । 25 ଏଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 2 / 25
×

Alert

×

Oriya Letters Keypad References