1. ମୋୟାବ ବିଷୟକ ଭାରୋକ୍ତି । ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା ।
|
2. ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି ।
|
3. ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି ।
|
4. ହିଶ୍ବୋନ୍ ଓ ଇଲୀୟାଲି କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି ।
|
5. ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି ।
|
6. କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ ।
|
8. କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶଦ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍ ପର୍ଯ୍ୟନ୍ତ ଯାଇଅଛି ।
|
9. କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା ।
|