2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ ।
|
3. ସେ ଯେବେ ଗୋଠରୁ ହୋମାର୍ଥକ ବଳି ଦିଏ, ତେବେ ନିଖୁନ୍ତ ପୁଂପଶୁ ନେବ; ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବା ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟକୁ ତାହା ଆଣିବ ।
|
4. ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତର ନିର୍ଭର ଦେବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ ।
|
5. ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ଵୁର ଦ୍ଵାର ସମୀପସ୍ଥ ବେଦି-ଉପର ଚାରିଆଡ଼େ ଛିଞ୍ଚିବେ⇧ ।
|
9. ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
|
11. ତେବେ ନିଖୁ; ପୁଂପଶୁ ଘେନି ବେଦି ପାର୍ଶ୍ଵରେ ଉତ୍ତରଦିଗରେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ବେଦି-ଉପର ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
|
12. ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ତ ଖଣ୍ତ କରିବ; ତହିଁରେ ଯାଜକ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ ।
|
13. ମାତ୍ର ସେ ତାହାର ଅନ୍ତ୍ର ଓ ପଦ ଜଳରେ ଧୌତ କରିବ; ତହୁଁ ଯାଜକ ସେସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ; ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ ।
|
14. ଆଉ ଯେବେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀଗଣ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ ଘୁଘୁ ଅବା କାପ୍ତାଛୁଆ ମଧ୍ୟରୁ ତାହା ନେବ ।
|
15. ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ଵରେ ନିଗାଡ଼ିବ ।
|
17. ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ଵିଖଣ୍ତ କରିବ ନାହିଁ; ପୁଣି ଯାଜକ ବେଦି-ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ; ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
|