1. ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ ।
|
2. ସେତେବେଳେ ଯୀଶୁ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
|
7. ଆଉ, କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ିକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପିପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ ।
|
8. ପୁଣି, ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା ।
|
10. ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ଵାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।
|
11. ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ଵ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
|
12. ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରି ଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।
|
13. ଯୀଶୁ ପୁଣି ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
|
15. ଯେଉଁମାନେ ଶୁଣନ୍ତି, ପୁଣି ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟପାଖ ଭୂମି ସଦୃଶ ।
|
17. କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
|
18. ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପି ପକାଏ ଓ ତାହା ଫଳହୀନ ହୁଏ,
|
20. ଆଉ, ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
|
21. ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
|
22. କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି ।
|
24. ଯୀଶୁ ପୁଣି ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
|
25. କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
|
27. ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
|
30. ଯୀଶୁ ପୁଣି କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ଵରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
|
32. ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
|
33. ଯୀଶୁ ଏହିପ୍ରକାର ଅନେକ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
|
34. ଆଉ ଦୃଷ୍ଟାନ୍ତ ବିନା ଯୀଶୁ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ଯୀଶୁ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ ।
|
36. ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।
|
38. ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ତ ଦେଇ ଶୋଇପଡ଼ିଥିଲେ; ଆଉ, ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
|
39. ଏଥିରେ ଯୀଶୁ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧୀରସ୍ଥିର ହେଲା ।
|
41. ସେଥିରେ ସେମାନେ ଅତ୍ୟ; ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
|